22ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।
23ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରି ପାରିବ? ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱ ସ୍ଥାନକୁ ଯିବେ।”
24ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।
25ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍, ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କଲେ।
26ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।