6ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”
7ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳ ବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।
8ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ।
9ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।
10ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।