ଯାତ୍ରା ପୁସ୍ତକ 19

ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।

Exodus 19:11 (UKJV) And be ready against the third day: for the third day the LORD will come down in the sight of all the people upon mount Sinai.

9ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।

10ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ

11ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।

12ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ‘ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।’

13କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.