ଯାତ୍ରା ପୁସ୍ତକ 19

ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ।

Exodus 19:14 (UKJV) And Moses went down from the mount unto the people, and sanctified the people; and they washed their clothes.

12ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ‘ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।’

13କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”

14ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ।

15ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”

16ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.