ଯାତ୍ରା ପୁସ୍ତକ 19

ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।

Exodus 19:18 (UKJV) And mount Sinai was altogether smoking, because the LORD descended upon it in fire: and the smoke thereof ascended as the smoke of a furnace, and the whole mount quaked greatly.

16ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।

17ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।

18ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।

19ପୁଣି, ତୂରୀ ଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।

20ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.