18ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।
19ପୁଣି, ତୂରୀ ଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।
20ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।
21ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।
22ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥାʼନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”