23ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରିପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ‘ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।’”
24ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।”
25ତହୁଁ ମୋଶା ଲୋକମାନଙ୍କ ନିକଟକୁ ଓହ୍ଲାଇ ଯାଇ ସେମାନଙ୍କୁ ସେହି ପ୍ରକାର ଆଜ୍ଞା ଦେଲେ।