ଯାତ୍ରା ପୁସ୍ତକ 19

ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।

Exodus 19:3 (UKJV) And Moses went up unto God, and the LORD called unto him out of the mountain, saying, Thus shall you say to the house of Jacob, and tell the children of Israel;

1ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।

2ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।

3ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।

4ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।

5ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.