3ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।
4ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।
5ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
6ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ।”
7ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହିସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।