ଯାତ୍ରା ପୁସ୍ତକ 2

ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା।

Exodus 2:1 (UKJV) And there went a man of the house of Levi, and took to wife a daughter of Levi.

1ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା।

2ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲା; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନି ମାସ ଯାଏ ଗୋପନରେ ରଖିଲା।

3ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀତୀରସ୍ଥ ନଳବନରେ ରଖିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.