ଯାତ୍ରା ପୁସ୍ତକ 2

ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।

Exodus 2:15 (UKJV) Now when Pharaoh heard this thing, he sought to slay Moses. But Moses fled from the face of Pharaoh, and dwelt in the land of Midian: and he sat down by a well.

13ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ?”

14ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”

15ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।

16ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।

17ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.