14ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”
15ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।
16ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।
17ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ।
18ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ?”