16ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।
17ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ।
18ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ?”
19ତହିଁରେ ସେମାନେ କହିଲେ, “ଜଣେ ମିସରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି, ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳ ପାନ କରାଇଲା।”
20ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।”