20ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।”
21ଏଥିଉତ୍ତାରେ ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି, ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍ପୋରାର ବିବାହ ଦେଲା।
22ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”
23ବହୁ କାଳ ଉତ୍ତାରେ ମିସରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।
24ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,