ଯାତ୍ରା ପୁସ୍ତକ 2

ବହୁ କାଳ ଉତ୍ତାରେ ମିସରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।

Exodus 2:23 (UKJV) And it came to pass in process of time, that the king of Egypt died: and the children of Israel sighed by reason of the bondage, and they cried, and their cry came up unto God by reason of the bondage.

21ଏଥିଉତ୍ତାରେ ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି, ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍ପୋରାର ବିବାହ ଦେଲା।

22ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”

23ବହୁ କାଳ ଉତ୍ତାରେ ମିସରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।

24ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,

25ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.