ଯାତ୍ରା ପୁସ୍ତକ 2

ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।

Exodus 2:4 (UKJV) And his sister stood far off, to know what would be done to him.

2ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲା; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନି ମାସ ଯାଏ ଗୋପନରେ ରଖିଲା।

3ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀତୀରସ୍ଥ ନଳବନରେ ରଖିଲା।

4ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।

5ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା।

6ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.