6ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”
7ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?”
8ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।
9ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।
10ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”