10ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।
11ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।
12ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
13ତୁମ୍ଭେ ନରହତ୍ୟା କରିବ ନାହିଁ।
14ତୁମ୍ଭେ ବ୍ୟଭିଚାର କରିବ ନାହିଁ।