ଯାତ୍ରା ପୁସ୍ତକ 20

ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।

Exodus 20:21 (UKJV) And the people stood far off, and Moses drew near unto the thick darkness where God was.

19ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”

20ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”

21ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।

22ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ‘ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ।

23ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.