ଯାତ୍ରା ପୁସ୍ତକ 20

ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।

Exodus 20:23 (UKJV) All of you shall not make with me gods of silver, neither shall all of you make unto you gods of gold.

21ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।

22ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ‘ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ।

23ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।

24ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।

25ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.