ଯାତ୍ରା ପୁସ୍ତକ 20

ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।

Exodus 20:3 (UKJV) You shall have no other gods before me.

1ଏଥିଉତ୍ତାରେ ପରମେଶ୍ୱର ଏହିସବୁ କଥା କହିଲେ, ଯଥା,

2“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”

3ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।

4ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।

5ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.