ଯାତ୍ରା ପୁସ୍ତକ 20

ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର।

Exodus 20:8 (UKJV) Remember the sabbath day, to keep it holy.

6ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।

7ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।

8ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର।

9ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;

10ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.