9କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।
10ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ବିବାହୋଚିତ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।
11ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନାମୂଲ୍ୟରେ ମୁକ୍ତ ହୋଇଯିବ।
12କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ।
13ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।