ଯାତ୍ରା ପୁସ୍ତକ 21

ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।

Exodus 21:16 (UKJV) And he that steals a man, and sells him, or if he be found in his hand, he shall surely be put to death.

14ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।

15ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।

16ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।

17ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।

18ଆଉ ଯଦି ଲୋକମାନେ ଏକଆରେକ ସହିତ ବିବାଦ କରୁ କରୁ ଏକ ଜଣ ଅନ୍ୟ ଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.