18ଆଉ ଯଦି ଲୋକମାନେ ଏକଆରେକ ସହିତ ବିବାଦ କରୁ କରୁ ଏକ ଜଣ ଅନ୍ୟ ଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ
19ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।
20ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ।
21ମାତ୍ର ସେ ଯଦି ଏକ ବା ଦୁଇ ଦିନ ବଞ୍ଚେ, ତେବେ ସେ ଦଣ୍ଡନୀୟ ହେବ ନାହିଁ; କାରଣ ସେ ତାହାର ଧନ ସ୍ୱରୂପ।
22ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ।