ଯାତ୍ରା ପୁସ୍ତକ 21

ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍‍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ।

Exodus 21:22 (UKJV) If men strive, and hurt a woman with child, so that her fruit depart from her, and yet no mischief follow: he shall be surely punished, according as the woman's husband will lay upon him; and he shall pay as the judges determine.

20ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ।

21ମାତ୍ର ସେ ଯଦି ଏକ ବା ଦୁଇ ଦିନ ବଞ୍ଚେ, ତେବେ ସେ ଦଣ୍ଡନୀୟ ହେବ ନାହିଁ; କାରଣ ସେ ତାହାର ଧନ ସ୍ୱରୂପ।

22ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍‍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ।

23ମାତ୍ର ଯଦି କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ,

24ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ଚରଣ ପରିଶୋଧରେ ଚରଣ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.