ଯାତ୍ରା ପୁସ୍ତକ 21

ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରିଦେବ।

Exodus 21:26 (UKJV) And if a man strike the eye of his servant, or the eye of his maid, that it perish; he shall let him go free for his eye's sake.

24ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ଚରଣ ପରିଶୋଧରେ ଚରଣ,

25ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ଡ ହେବ।

26ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରିଦେବ।

27ପୁଣି, ଆଘାତ ଦ୍ୱାରା ଆପଣା ଦାସ କି ଦାସୀର ଦନ୍ତ ଭଗ୍ନ କଲେ, ସେ ସେହି ଦନ୍ତ ସକାଶେ ତାହାକୁ ମୁକ୍ତ କରିଦେବ।

28ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.