29ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ୱାମୀକୁ ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ତାହା ଯଦି କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବଧ କରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ; ପୁଣି, ତାହାର ସ୍ୱାମୀର ମଧ୍ୟ ପ୍ରାଣଦଣ୍ଡ ହେବ।
30ଯଦ୍ୟପି ତାହାର (ପ୍ରାଣ) ନିମନ୍ତେ ପ୍ରାୟଶ୍ଚିତ୍ତ ନିରୂପିତ ହୁଏ, ତେବେ ସେ ପ୍ରାଣମୁକ୍ତି ନିମନ୍ତେ ସମୁଦାୟ ନିରୂପିତ ମୂଲ୍ୟ ଦେବ।
31ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ଡିତ ହେବ।
32କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।
33ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,