ଯାତ୍ରା ପୁସ୍ତକ 21

କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।

Exodus 21:32 (UKJV) If the ox shall push a manservant or a maidservant; he shall give unto their master thirty shekels of silver, and the ox shall be stoned.

30ଯଦ୍ୟପି ତାହାର (ପ୍ରାଣ) ନିମନ୍ତେ ପ୍ରାୟଶ୍ଚିତ୍ତ ନିରୂପିତ ହୁଏ, ତେବେ ସେ ପ୍ରାଣମୁକ୍ତି ନିମନ୍ତେ ସମୁଦାୟ ନିରୂପିତ ମୂଲ୍ୟ ଦେବ।

31ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ଡିତ ହେବ।

32କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।

33ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,

34ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.