ଯାତ୍ରା ପୁସ୍ତକ 21

ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,

Exodus 21:33 (UKJV) And if a man shall open a pit, or if a man shall dig a pit, and not cover it, and an ox or an ass fall therein;

31ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ଡିତ ହେବ।

32କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।

33ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,

34ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।

35ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇ ଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇ ଭାଗ କରି ନେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.