3ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।
4ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ରକନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।
5ମାତ୍ର “ମୁଁ ଆପଣା ପ୍ରଭୁଙ୍କୁ, ପୁଣି, ଆପଣା ଭାର୍ଯ୍ୟା ଓ ସନ୍ତାନଗଣଙ୍କୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇଯିବି ନାହିଁ,” ଏପରି କଥା ଯଦି ସେହି ଦାସ ଦୃଢ଼ ରୂପେ କହିବ,
6ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।
7ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇଯିବ ନାହିଁ।