5ମାତ୍ର “ମୁଁ ଆପଣା ପ୍ରଭୁଙ୍କୁ, ପୁଣି, ଆପଣା ଭାର୍ଯ୍ୟା ଓ ସନ୍ତାନଗଣଙ୍କୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇଯିବି ନାହିଁ,” ଏପରି କଥା ଯଦି ସେହି ଦାସ ଦୃଢ଼ ରୂପେ କହିବ,
6ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।
7ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇଯିବ ନାହିଁ।
8ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ।
9କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।