1ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।
2ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।
3ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।