ଯାତ୍ରା ପୁସ୍ତକ 22

ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।

Exodus 22:11 (UKJV) Then shall an oath of the LORD be between them both, that he has not put his hand unto his neighbour's goods; and the owner of it shall accept thereof, and he shall not make it good.

9ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍‍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ।

10ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,

11ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।

12ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।

13ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.