ଯାତ୍ରା ପୁସ୍ତକ 22

ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।

Exodus 22:12 (UKJV) And if it be stolen from him, he shall make restitution unto the owner thereof.

10ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,

11ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।

12ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।

13ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।

14ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.