ଯାତ୍ରା ପୁସ୍ତକ 22

ଆଉ, କେହି ଯଦି ଅବାଗ୍‍ଦତ୍ତା କନ୍ୟାକୁ ପ୍ରଲୋଭିତ କରି ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।

Exodus 22:16 (UKJV) And if a man entice a maid that is not betrothed, and lie with her, he shall surely secure her to be his wife.

14ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।

15ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ।

16ଆଉ, କେହି ଯଦି ଅବାଗ୍‍ଦତ୍ତା କନ୍ୟାକୁ ପ୍ରଲୋଭିତ କରି ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।

17ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।

18ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.