15ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ।
16ଆଉ, କେହି ଯଦି ଅବାଗ୍ଦତ୍ତା କନ୍ୟାକୁ ପ୍ରଲୋଭିତ କରି ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।
17ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।
18ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।
19ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।