19ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
20ଯେଉଁ ଲୋକ କେବଳ ସଦାପ୍ରଭୁଙ୍କ ବିନା କୌଣସି ଦେବତା ନିକଟରେ ବଳିଦାନ କରେ, ସେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ।
21ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
22ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ।
23ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।