22ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ।
23ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।
24ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।
25ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।
26ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।