23ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।
24ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।
25ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।
26ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।
27କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ।