27କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ।
28ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।
29ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।
30ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।
31ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ।