3ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।
4ଗୋରୁ ଅବା ଗର୍ଦ୍ଦଭ କି ମେଷାଦି ଚୋରା ଦ୍ରବ୍ୟ ଯଦି ଚୋର ହସ୍ତରେ ଜୀବିତ ମିଳେ, ତେବେ ସେ ତହିଁର ଦୁଇଗୁଣ ଦେବ।
5ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।
6ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।
7ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ।