5ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।
6ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।
7ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ।
8ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।
9ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ।