ଯାତ୍ରା ପୁସ୍ତକ 23

ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।

Exodus 23:10 (UKJV) And six years you shall sow your land, and shall gather in the fruits thereof:

8ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।

9ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।

10ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।

11ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।

12ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.