10ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।
11ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।
12ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।
13ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।
14ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ।