ଯାତ୍ରା ପୁସ୍ତକ 23

ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।

Exodus 23:13 (UKJV) And in all things that I have said unto you be circumspect: and make no mention of the name of other gods, neither let it be heard out of your mouth.

11ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।

12ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।

13ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।

14ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ।

15ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍‍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.