ଯାତ୍ରା ପୁସ୍ତକ 23

ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍‍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।

Exodus 23:15 (UKJV) You shall keep the feast of unleavened bread: (you shall eat unleavened bread seven days, as I commanded you, in the time appointed of the month Abib; for in it you came out from Egypt: and none shall appear before me empty:)

13ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।

14ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ।

15ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍‍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।

16ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।

17ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.