15ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।
16ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।
17ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ।
18ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।
19ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।