1ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।
2ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
3କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।
4ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।