19ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।
20ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
21ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।
22ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହାସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।
23କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।